ଅବପାତ ରୂପ ନେବ ଲଘୁଚାପ: ୧୫ଟି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେଇ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡା ଓ ବରଗଡ଼ ଆଦି ଜିଲ୍ଲାର କେତେକ ସ୍ଥାନରେ ଝଡତୋଫାନ ସହ ପ୍ରବଳର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର ଓ ବୌଦ୍ଧ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୫-୪୫ କିମି ରହିବ

ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବେଳେ ପବନର ବେଗ ୫୫ କିମି ଛୁଇଁପାରେ ବୋଲି ଆଶଙ୍କା କରାଯାଉଛି। ବର୍ଷା ଓ ପବନ ସମୟରେ ସମୁଦ୍ର ଅଶାନ୍ତ ରହିବା କାରଣରୁ ମତ୍ସଜୀବୀଙ୍କୁ ନ ଯିବା ପାଇଁ ସତର୍କ କରାଯାଇଛି। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ୩୯ ସେମି ସର୍ବଧିକ ବର୍ଷା ରେକର୍ଡ କରାଯାଇଛି।

Leave A Reply