ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡିଶା ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ସର୍ବାଧିକ ତାପମାତ୍ରା ୩୪ ଡିଗ୍ରି ସେଲସିୟସ୍ ଓ ସର୍ବନିମ୍ନ ତାପମାତ୍ରା ୨୧ ଡିଗ୍ରି ସେଲସିୟସ୍ ହୀରାକୁଦରେ ରେକର୍ଡ କରାଯାଇଛି। ସେହିପରି ଉତ୍ତର ଓଡିଶାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ମୟୁରଭଞ୍ଜ ଜିଲା ସମ୍ଵଖୁଣ୍ଟାରେ ୯ ସେମି ଓ କେନ୍ଦ୍ରପଡା ପଟ୍ଟାମୁଣ୍ଡେଇରେ ୮ ସେମି ବର୍ଷା ରେକର୍ଡ କରାଯାଇଛି।

ସୂଚନାଯୋଗ୍ୟ, ଆସନ୍ତା ୧୩ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ଆଶଙ୍କା କରାଯାଉଛି। ଏହାର ପ୍ରଭାବରେ ୧୨ରୁ ଉତ୍ତର ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବ ରହିଛି।

Leave A Reply