ଦକ୍ଷିଣ ଆଭ୍ୟନ୍ତରଣ ଓଡିଶାରେ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଆଭ୍ୟନ୍ତରଣ ଓଡିଶା ସମେତ ଉପକୂଳବର୍ତ୍ତୀ ଅଞ୍ଚଳର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।

ସୂଚନାଯୋଗ୍ୟ, ସୋମବାର ସର୍ବାଧିକ ତାପମାତ୍ରା ୩୩ ଡିଗ୍ରୀ ସେଲସିୟସ୍ ଓ ସର୍ବନିମ୍ନ ତାପମାତ୍ରା ୧୯ ଡିଗ୍ରୀ ସେଲସିୟସ୍ ସୁନ୍ଦରଗଡରେ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲା ଦାରିଙ୍ଗିବାଡିରେ ସର୍ବାଧିକ ୧୧ ସେମି ବର୍ଷା ରେକର୍ଡ କରାଯାଇଛି ।

Leave A Reply