କେତେକ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଆସନ୍ତା ୨୬ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡିଶାର ଅଳ୍ପ କେତେକ ସ୍ଥାନରେ ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ସଂଧ୍ୟା ୬ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଆଜି ଗୋପାଳପୁରରେ ସର୍ବାଧିକ ତାପମାତ୍ରା ୩୬.୨ ଡିଗ୍ରୀ ସେଲସିୟସ ଓ ୧୯.୦ ଡିଗ୍ରୀ ସେଲସିୟସ ସୁନ୍ଦରଗଡରେ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାରେ ଗୋଟିଏ ବା ଦୁଇଟି ସ୍ଥାନରେ ବର୍ଷା ହୋଇଥିବା ଜଣାପଡିଛି ।

Leave A Reply