ବର୍ଷା ବିତ୍ପାତ ; ୧୬ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

0

ନୂଆଦିଲ୍ଲୀ : କେରଳ, କର୍ଣ୍ଣାଟକ, ମଧ୍ୟପ୍ରଦେଶ ଏବଂ ଉତ୍ତରାଖଣ୍ଡରେ ବର୍ଷାର ତାଣ୍ଡବ ଦେଖିବାକୁ ମିଳିଛି। ଅନେକ ଧନ ଜୀବନ ହାନୀ ସହିତ ସାଧାରଣ ଜୀବନ ଯାତ୍ରା ମଧ୍ୟ ପ୍ରଭାବିତ ହୋଇଛି। ତେବେ ଦିଲ୍ଲୀ, ଉତ୍ତର ପ୍ରଦେଶ, ବିହାର ସମେତ ୧୬ଟି ରାଜ୍ୟରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ଧରି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ତେବେ ଶୁକ୍ରବାର ପଶ୍ଚିମ ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ, ତଥା ସିକ୍କିମର କିଛି ଭାଗରେ ମୂଷଳଧାରାରେ ବର୍ଷାର ଚେନାବନୀ ଜାରି କରାଯାଇଛି। ସେହିପରି ଉତ୍ତରାଖଣ୍ଡ, ହରିୟାଣା, ଚଣ୍ଡିଗଡ଼, ଦିଲ୍ଲୀ, ପୂର୍ବ ଉତ୍ତର ପ୍ରଦେଶ, ମଧ୍ୟ ପ୍ରଦେଶ, ଛତିଶଗଡ଼, ବିହାର, ଝାଡଖଣ୍ଡ, ଆସାମ ଏବଂ ମେଘାଳୟର କିଛି ଭାଗରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply