ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବାନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୋନପୁର ଓ ବୌଦ୍ଧ ଜିଲାରେ ଝଡ଼ତୋଫାନ ସହ ବର୍ଷା ଆଶଙ୍କା କରାଯାଇ ସନ୍ଧ୍ୟା ୫ଟା ୪୫ ମିନିଟ୍ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି।  ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡ ଜିଲା କାଶିପୁରରେ ସର୍ବାଧିକ ୮ ସେମି ବର୍ଷା ରେକର୍ଡ କରାଯାଇଛି ।

Leave A Reply