୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବାନା

0

ଭୁବନେଶ୍ବର: ଉତ୍ତର ଓଡିଶା ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆକାଶ ମେଘାଚ୍ଛନ୍ନ ରହିବା ସହ ଓଡିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଗୋଟି ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମାର୍ଶ ଦିଆଯାଇଛି। ମଙ୍ଗଳବାର ସର୍ବଧିକ ତାପମାତ୍ରା ୩୩ ଡିଗ୍ରୀ ସେଲସିୟସ୍ ଓ ସର୍ବନିମ୍ନ ୧୮ ଡିଗ୍ରୀ ସେଲସିୟସ୍ ସୁନ୍ଦରଗଡରେ ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ରରେ ସୁନ୍ଦରଗଡ ଜିଲା ରାଇରଙ୍ଗପୁରରେ ସର୍ବଧିକ ୧୧ ସେମି ବର୍ଷା ରେକର୍ଡ କରାଯାଇଛି ।

ସୂଚନାଯୋଗ୍ୟ, ଆସନ୍ତା ୩୧ ତାରିଖରେ ଉତ୍ତର ଅଭ୍ୟନ୍ତର ଓ ସେପ୍ଟମ୍ବର ୧ରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ, ବାଲେଶ୍ବର ସୁନ୍ଦରଗଡ, କେନ୍ଦୁଝର ପ୍ରବଳ ବର୍ଷିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

 

Leave A Reply