୧୧ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ୱର: ଉତ୍ତର ଓଡିଶା ଓ ଏହାର ଆଖପାଖ ଅଞ୍ଚଳ ସହ ଛତିଶଗଡରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଓଡିଶାର ୧୦ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଦେଓଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ ଓ କଳାହାଣ୍ଡି ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ସମୟରେ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀ ଯିବା ପାଇଁ ବାରଣ କରାଯାଇଛି । ଗୁରୁବାର ସର୍ବାଧିକ ତାପମାତ୍ରା ୩୩ ଡିଗ୍ରୀ ସେଲସିୟସ୍ ଓ ସର୍ବନିମ୍ନ ତାପମାତ୍ରା ୧୫.୫ ଡିଗ୍ରୀ ସେଲସିୟସ୍ ସୁନ୍ଦରଗଡରେ ରେକର୍ଡ କରାଯାଇଛି ।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହୋଇଥିବା ଜଣାପଡିଛି । କଳାହାଣ୍ଡି ଜିଲ୍ଲା ଧର୍ମଗଡରେ ସର୍ବାଧିକ ୫ ସେମି ବର୍ଷା ରେକର୍ଡ କରାଯାଇଛି ।

Leave A Reply