୭ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଉତ୍ତରପଶ୍ଚିମ ଓଡିଶା ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ଓଡିଶାର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଗଣ୍ଟା ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ, ବରଗଡ, ନୂଆପଡା, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି । ଓଡିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ନ ଯିବା ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡିଶାର ଗୋଟିଏ ବା ଦୁଇଟି ସ୍ଥାନରେ ଅଧିକ ପରିମାଣରେ ବର୍ଷା ହୋଇଥିବା ଜଣାପଡିଛି । କନ୍ଧମାଳ ଜିଲା ଫିରିଙ୍ଗିଆରେ ଓ ବରଗଡ ଜିଲା ଆମ୍ବଭୋଣା ୧୯ ସେମି ବର୍ଷା ରେକର୍ଡ କରାଯାଇଛି ।

Leave A Reply