୧୭ରୁ ୨୦ ଯାଏଁ ବର୍ଷା ସମ୍ଭାବନା, ଏହିସବୁ ଜିଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ବୁଧବାରଠାରୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏନେଇ ଆଜି ସତର୍କ କରାଇଛି ପାଣିପାଗ ବିଭାଗ। ଆସନ୍ତାକାଲି ବର୍ଷା ଓ ଘଡ଼ଘଡ଼ି ନେଇ ୧୧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲାଗୁଡ଼ିକ ହେଉଛି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗୀର ଓ ବରଗଡ଼।

ସେହିପରି ୧୯ ତାରିଖ ପାଇଁ ୧୨ଟି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ ଓ କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.