ବର୍ଷା ଓ ବଜ୍ରପାତ ନେଇ ୧୪ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର କେତେକ ସ୍ଥାନରେ ଶୁକ୍ରବାର ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୪ ଜିଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲାଗୁଡ଼ିକ ହେଉଛି, ଗଞ୍ଜାମ, ବରଗଡ଼, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, ସମ୍ବଲପୁର, ସୋନପୁର, ମାଲକାନଗିରି, କୋରାପୁଟ, କନ୍ଧମାଳ, ଗଜପତି, ରାୟଗଡ଼ା ଏବଂ ନୟାଗଡ଼। ଦିନ ୨ଟା ଯାଏ ସତର୍କ ରହିବାକୁ ଉକ୍ତ ଜିଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।

Comments are closed.