ବର୍ଷାରେ ଭିଜିବ ପୂଜା : ୪୮ ଘଣ୍ଟାରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଉତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତୀ ଅଂଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣି ବଳୟ ଲଘୁଚାପ ପାଇଁ ଦାନା ବାନ୍ଧୁଛି । ଏହାର ପ୍ରଭାବରେ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ସମାନ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଧିକ ହୋଇଛି । ଏହାର ୪ରୁ ୫ ଦିନ ମଧ୍ୟରେ ଏହା ଅଧିକ ଚିହ୍ନିତ ଏବଂ ଘନୀଭୂତ ହୋଇ ପଶ୍ଚିମ- ଉତରପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ଓଡ଼ିଶା ଓ ଉତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଫଳରେ ଦୁର୍ଗାପୂଜା ସମୟରେ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ତେଣୁ ଏଥର ପୂଜାକୁ ବର୍ଷା ଧୋଇ ନେବାର ଆଶା କରାଯାଉଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟାଗଡ଼ାଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

Comments are closed.