୨ ଦିନ ପାଗ ଶୁଖିଲା ; ୨୬ ତାରିଖରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତା ୨ ଦିନ ଯାଏଁ ପାଗ ଶୁଖିଲା ରହିବ। ଏହାସହ ଆସନ୍ତା ୨୬ ତାରିଖ ବେଳକୁ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୬ ଓ ୨୭ ତାରିଖ ବେଳକୁ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ନୟାଗଡ, କନ୍ଧମାଳ, ଗଜପତି, ରାୟଗଡା ଆଦି ଜିଲାରେ କାଳବୈଶାଖୀ ସହ ଝଡ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.