ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭବାନା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୨୪ ଘଣ୍ଟାରେ କୋରାପୁଟ,ମାଲକାନଗିରି,ରାୟଗଡା, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୨ ଓ ୧୩ ତାରିଖ ବେଳକୁ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

 

Comments are closed.