ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା 

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ମଧ୍ୟ ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ସେହି ସମସ୍ତ ଜିଲା ଗୁଡ଼ିକୁ ହେଲା ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, ଜଗତସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଖୋର୍ଦ୍ଧା, କଟକ, ବଲାଙ୍ଗୀର, ଗଞ୍ଜାମ ଓ ବୌଦ୍ଧ। ଏହାସହ କିଛି ସ୍ଥାନରେ ଝଡ଼ ତୋଫାନ ସହ ବର୍ଷା ମଧ୍ୟ ହୋଇପାରେ। ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ବର୍ଷା ହୋଇଥିଲା।

Comments are closed.