ଆଗାମୀ ୫ ଦିନ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଏହାସହ ଆଗାମୀ ୫ ଦିନ ଓ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛି ସ୍ଥାନରେ ମଧ୍ୟମ ଧରଣର ମଧ୍ୟ ବର୍ଷା ହୋଇପାରେ। ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ, ସମ୍ବଲପୁର, ସୋନପୁର, ବରଗଡ,ବଲାଙ୍ଗୀର ଓ ନୂଆପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,ଜଗତସିଂହପୁର,କଟକ, ଖୋର୍ଦ୍ଧା ଓ ପୁରୀରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.