ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ; ୧୦ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ୩ ଦିନ ଯାଏଁ ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ୭ଟି ଜିଲା ଓ ଆସନ୍ତାକାଲି ୧୦ ଜିଲାକୁ ଅରେଞ୍ଜ  ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ୱର ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା , ମାଲାକନଗିରି, କୋରାପୁଟ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଆଜି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା କାଲି ପ୍ରାୟ ସମସ୍ତ ସ୍ଥାନ ଓ ୨୨ରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

 

Comments are closed.