ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ, ୧୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ଅକ୍ଟୋବର ୧୯ରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ଭୁବନେଶ୍ବର ପାଣିପାଗ କେନ୍ଦ୍ରର ପୂର୍ବାନୁମାନ କରାଯାଇଛି। ତେବେ ଏଥିନେଇ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ। ଏସ୍‌ଆର୍‌ସି କହିଛନ୍ତି ଯେ ଏବେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ସମ୍ଭାବନା ରହିଛି। ତେବେ ଅକ୍ଟୋବର ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପ ଦାନା ବାନ୍ଧିପାରେ। କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏ ସଂକ୍ରାନ୍ତରେ ଭୁବନେଶ୍ବର ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବା ଜଣାପଡ଼ିଛି।

ଆସନ୍ତାକାଲି ସକାଳ ସାଢ଼େ ୮ଟା ସୁଦ୍ଧା ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ଯାଜପୁର ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାଛଡ଼ା ଉତ୍ତର ଓଡ଼ିଶା ଉପକୂଳ, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ଦେବଗଡ଼ ଆଦି ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହ ବର୍ଷାର ସମ୍ଭାବନା ରହିଛି। ୧୫ତାରିଖ ସକାଳୁ ୧୬ତାରିଖ ସକାଳ ଭିତରେ ଉପକୂଳ ଓଡ଼ିଶା ସମେତ ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲାରେ ବଜ୍ରପାତ ସହିତ ବର୍ଷା ହୋଇପାରେ। ଏସବୁ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.