ବର୍ଷା ଓ ବଜ୍ରପାତ ନେଇ ୧୬ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର :  ଝାଡଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି। ଏ ନେଇ ରାଜ୍ୟର ୧୬ ଜିଲାକୁ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରିକରିଛି ।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, ସମ୍ବଲପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଟକ ଓ ଖୋର୍ଦ୍ଧା ଜିଲାରେ ଘୂର୍ଣ୍ଣିଝଡ଼ ଓ ବର୍ଷା ସହିତ ବଜ୍ରପାତର ଆଶଙ୍କା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Comments are closed.