୨ ପର୍ଯ୍ୟନ୍ତ ହାଲୁକା ବର୍ଷା

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ରରୁ ଏକ ନିମ୍ନ ଚାପରେଖା ତାମିଲନାଡୁ ଉପକୂଳ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଲମ୍ବିଛି। ଏହା ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତାରେ ବାୟୁମଣ୍ଡଳ ଯାଏଁ ବ୍ୟାପିଛି। ଏହି ନିମ୍ନ ଚାପରେଖା ପ୍ରଭାବରେ ରାଜ୍ୟର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

 

ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ସକ୍ରିୟ ନିମ୍ନ ଚାପରେଖା ପ୍ରଭାବରେ ନଭେମ୍ବର ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି। ପାଗ ମେଘୁଆ ରହିବା ଯୋଗୁଁ ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ବୃଦ୍ଧି ପାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଆଜି ପୁରୀ, ପାରାଦ୍ବୀପ ଓ ଚାନ୍ଦବାଲିରେ ସ୍ବଳ୍ପ ଧରଣ ବର୍ଷା ହୋଇଛି। ଗତ ଦୁଇ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିବା ସହ ହାଲୁକା ପବନ ବହୁଛି।

Comments are closed.