ସପ୍ତାହକୁ ୪ ଦିନ ଚଳାଚଳ କରିବ ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ

ଜୁଲାଇ ମାସ ଦ୍ଵିତୀୟ ସପ୍ତାହ ପର୍ଯ୍ୟନ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଜୁଲାଇ ୧୪ ପର୍ଯ୍ୟନ୍ତ ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି। କୋଭିଡ଼ – ୧୯ ସଂକ୍ରମଣର ଶୃଙ୍ଖଳ ଭାଙ୍ଗିବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ୦୨୮୧୩ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ଭୁବନେଶ୍ୱରରୁ ପ୍ରତି ମଙ୍ଗଳବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ସୋମବାର ଏବଂ ଶୁକ୍ରବାର ଦିନମାନଙ୍କରେ ବାତିଲ ରହିବ।

ସେହିପରି ୦୧୮୨୪ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ନୂଆଦିଲ୍ଲୀରୁ ପ୍ରତି ବୁଧବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ମଙ୍ଗଳବାର ଏବଂ ଶନିବାର ଦିନମାନଙ୍କରେ ବାତିଲ ରହିବ। ୦୧୮୨୫/୦୧୮୨୬ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଆଦ୍ରI ଭୁବନେଶ୍ୱରରୁ ରବିବାର ଏବଂ ବୁଧବାର ଦିନ ଏବଂ ନୂଆଦିଲ୍ଲୀରୁ ସୋମବାର ଏବଂ ଶୁକ୍ରବାର ଦିନ ଚଳାଚଳ କରିବ। ୦୧୮୫୫/୦୧୮୫୬ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ସମ୍ବଲପୁର ସିଟି ଏବଂ ରାଉରକେଲା ଭୁବନେଶ୍ୱରରୁ ଜୁଲାଇ ୩ ଓ ୧୦ରେ ଏବଂ ନୂଆଦିଲ୍ଲୀରୁ ଜୁଲାଇ ୪ ଓ ୧୧ ତାରିଖ ଦିନ ବାତିଲ ରହିବ।

Comments are closed.