ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ

0

ଭୁବନେଶ୍ୱର : ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଭୁବନେଶ୍ୱରର ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଆୟେଜିତ ଉତ୍ସବରେ ପ୍ରଦକ ପ୍ରଦାନ କରିଛନ୍ତି।
ଏହି ଅବସରରେ ୧୧ ଜଣଙ୍କୁ ସାହସିକତା ପୁଲିସ ପଦକ ପ୍ରଦାନ କରାଯାଇଛି। ୪ ଜଣଙ୍କୁ ରାଷ୍ଟ୍ରପତିଙ୍କ ବିଶିଷ୍ଟ ସେବା ପଦକ ଏବଂ ୧୪ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ପ୍ରଦକ ପ୍ରଦାନ କରାଯାଇଛି। ଅନ୍ୟପକ୍ଷରେ ୧୪ଜଣ ପୁଲିସ କର୍ମଚାରୀ ଓ ଅଧିକରୀଙ୍କୁ ଉଲ୍ଲେଖନୀୟ ସେବା ପାଇଁ ରାଜ୍ୟପାଳ ପୁଲିସ ପଦକ ପ୍ରଦାନ କରାଯାଇଛି।
ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ, ଉନ୍ନୟନ କିମିଶନର ଅସିତ କୁମାର ତ୍ରିପାଠୀ, ପୁଲିସ ମହାନିର୍ଦ୍ଦେଶକ ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମା ଏବଂ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ବିଜୟ କୁମାର ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply