ମହିଳାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୩ଗିରଫ

ଢେଙ୍କାନାଳ : ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଞ୍ଚଳରେ ଜଣେ ବିବାହିତ ମହିଳାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗରେ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଗତକାଲି ରାତ୍ରିରେ ମହିଳାଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ଥାନାରେ ଏତଲା ଦିଆଯାଇଥିଲା। ଏତଲା ପରେ ପୁଲିସ ସଙ୍ଗେ ସଙ୍ଗେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବୁଧବାର ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। 

Comments are closed.