ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

କେନ୍ଦୁଝର : କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିନେଇ ପରେ ନିଶା ଦେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ନାବାଳିକା ଜଣଙ୍କୁ ୭ଦିନ ହେଲା ଦୁଷ୍କର୍ମ କରୁଥିବା ପୀଡ଼ିତାଙ୍କ ବାପା ଅଭିଯୋଗ କରିଛନ୍ତି। ପୀଡ଼ିତାଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୀଡ଼ିତାଙ୍କ ବାପାଙ୍କ ଏତଲା ପରେ ପୁଲିସ ମାମଲା ରୁଜୁ କରିଥିବା ସୂଚନା ମିଳିଛି। ଦୁଷ୍କର୍ମ ଘଟଣାରେ ୩ଜଣ ଅଭିଯୁକ୍ତ ଥିବା ଏତଲାରେ ଉଲ୍ଲେଖ କରାଯାଇଛି।

Comments are closed.