ମଙ୍ଗଳବାର ରାଶିଫଳ

ମେଷ: ଆର୍ଥିକ ସହାୟତା ମିଳିବାର ସୁଯୋଗ ଅଛି। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନରେ ବୀରତ୍ବ ପ୍ରତିପାଦନ କରିବେ। ମୋକଦ୍ଦମାରେ ଜିଣିବେ। ଧନଲାଭ ହେବ।

ବୃଷ: ଅନ୍ୟାୟର ପ୍ରତିରୋଧ କରିପାରନ୍ତି। ଗତିରୋଧର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁରଭାଷା ପ୍ରୟୋଗ କରି ପରକୁ ଆପଣାର କରିବେ। ଖର୍ଚ୍ଚାନ୍ତ ହେବେ।

ମିଥୁନ: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯେକୌଣସି ସୂତ୍ରରୁ ଆୟ ବୃଦ୍ଧି ହେବ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।

କର୍କଟ: ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କାର୍ଯ୍ୟରେ ସଫଳତା ଲାଭ କରିବେ। ବଂଶ ମର୍ଯ୍ୟାଦାକୁ ଆଲୋକିତ କରିବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ।

ସିଂହ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗବିଳାସ କରିପାରନ୍ତି। ସୁଖ-ସମୃଦ୍ଧିର ମୂଳଦୁଆ ପକାଇବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବା ଆଶାକରାଯାଏ।

କନ୍ୟା: ବୃଥା କାର୍ଯ୍ୟରେ ସମୟ ବିତାଇ ପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ରାଜନୈତିକ ନେତାମାନଙ୍କ ଦ୍ବାରା କାର୍ଯ୍ୟ ହାସଲ କରିବେ। ପରଧନରେ ଧନୀ ହୋଇପାରନ୍ତି।

ତୁଳା: ବାଞ୍ଚିତ ଘଟଣାମାନ ଘଟିବ। ବ୍ୟବସାୟ ଲାଭଜନକ ହେବ। ସାମାଜିକ କ୍ଷେତ୍ରରେ ସେବାକୁ ଆଦରି ନେଇ ପାରନ୍ତି। ମନରେ ଅହଂଭାବ ଆସିପାରେ। ଶାନ୍ତି ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିବେ। ବନ୍ଧୁ ସୁଖ ମିଳିବ।

ବିଛା: ଶତ୍ରୁମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରି ବିଫଳ ହେବେ। ଚକ୍ଷୁରେ ପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିମାନ୍‍ ହୋଇପାରନ୍ତି। ଶତ୍ରୁ ଦମନ କରି ଆଶ୍ୱସ୍ତ ହେବେ।

ଧନୁ: ମୂଲ୍ୟବାନ୍‍ ଦ୍ରବ୍ୟ ଲାଭ ହୋଇପାରେ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳବ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନଲାଭ ହୋଇପାରେ। ପତ୍ନୀ ଆଜ୍ଞାକାରିଣୀ ହେବେ।

ମକର: ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ବାଦ-ବିବାଦରେ ସମ୍ମୁଖୀନ ହୋଇପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହେବେ। ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟ ପାଇଁ ତତ୍ପର ହୋଇପାରନ୍ତି।

କୁମ୍ଭ: ଚିନ୍ତା ଦୂରେଇ ଯିବ। ମନୋବଳ ଦୃଢ଼ ରହିବ। ପ୍ରସନ୍ନ ଚିତ୍ତ ହୋଇପାରନ୍ତି। ଆସ୍ତିକ ସ୍ୱଭାବର ହେବେ। ମୃଦୁଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଭୋଗ କରିବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃସ୍ନେହ ଅତୁଟ ରହିବ।

ମୀନ: ଧନ-ସମ୍ପଦ ବୃଦ୍ଧି ହେବ। ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ୱର ପରାକାଷ୍ଟା ପ୍ରତିପାଦନ କରିପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି।

Comments are closed.