ଗୁରୁବାର ରାଶିଫଳ

ମେଷ : ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ପଡ଼ିବ। ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳଶାଳୀ ହେବେ। ଶତ୍ରୁ ଦମନ କରି ଆଶ୍ବସ୍ତ ହେବେ।

ବୃଷ : ଆର୍ଥିକ ପରିସ୍ଥିତି ଉପରେ ଚିନ୍ତା କଲାବେଳକୁ ଆକସ୍ମିକ ଧନଲାଭ ହେବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।

ମିଥୁନ: ବାଦ-ବିବାଦରେ ବିଜୟୀ ହେବେ। ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମକୁ ଶ୍ରେୟ ମଣିପାରନ୍ତି। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସ୍ବାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

କର୍କଟ: ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଅନୁଭବ କରିବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିପାରେ।

ସିଂହ: କାର୍ଯ୍ୟ ହାସଲ କରିବାକୁ ହେଲେ ପ୍ରତୀକ୍ଷା କରିବାକୁ ପଡ଼ିବ। ପରମଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ହେବେ। ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି।

କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ବଳଶାଳୀ ହୋଇପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ରଣାଙ୍ଗନରେ ପାରଙ୍ଗମ ହେବେ। ମୋକଦ୍ଦମାରେ ବିଜୟୀ ହେବେ। ସରକାରୀ ଅର୍ଥ ମିଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁଖୀ ହେବେ।

ତୁଳା: ପ୍ରତାରଣାର ଶିକାର ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ମଧୁର ସମ୍ଭାଷଣରେ ଅଧସ୍ତନମାନଙ୍କ ମନ ଦେବେ ଓ କାର୍ଯ୍ୟ ହାସଲ କରିବାରେ ସିଦ୍ଧହସ୍ତ ହେବେ। ସାହସୀ ଓ ଜ୍ଞାନୀ ହେବେ।

ବିଛା: ଧନ-ଦ୍ରବ୍ୟ ଲାଭର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ କିମ୍ବା ବିଭାଗୀୟ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିବ।

ଧନୁ: କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

ମକର: ଲୋକ ସଂପର୍କ ବୃଦ୍ଧି ପାଇବ। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ମଜ୍ଜି ପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମ, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ, ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।

କୁମ୍ଭ: ଶୁଦ୍ଧ କାର୍ଯ୍ୟ କରୁଥିବା ବ୍ୟକ୍ତି ଉପରେ ଈର୍ଷାଜାତ ହୋଇପାରେ। ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଜଳଯାତ୍ରା ନ କରିବା ଭଲ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ମୀନ: ଆନନ୍ଦ-ଉତ୍ସବରେ ଭାଗ ନେଇ ଖୁସି ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଦାୟକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ମନରେ ଅହଂଭାବ ଜାଗ୍ରତ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ସୁଖଦାୟକ ହେବ।

Comments are closed.