ବୁଧବାର ରାଶିଫଳ

ମେଷ: ଆଲୋଚନା ମାଧ୍ୟମରେ ଉପକୃତ ହୋଇପାରନ୍ତି। ଆଶାବାଦୀ ହେବେ। ଈର୍ଷାଳୁ ସ୍ବଭାବର ହେବେ। ସ୍ବାଭିମାନୀ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ସତର୍କତାର ଦିନ।

ବୃଷ: ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ। ଧୈର୍ଯ୍ୟବାନ୍‌ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ବିନୀତ ସ୍ବଭାବର ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିଲେ କୃତକାର୍ଯ୍ୟ ହେବେ।

ମିଥୁନ: କର୍ତ୍ତୃପକ୍ଷଙ୍କ ସହିତ ମତାନ୍ତର ଘଟିପାରେ। ନିରବଭାବ ପ୍ରଦର୍ଶନ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ।

କର୍କଟ: ଅର୍ଥାଭାବ ଦୂରେଇ ଯିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଜୁଆ, ଲଟେରିରେ ଧନଲାଭ ହୋଇପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।

ସିଂହ: ଭୟାତୁର ହୋଇପାରନ୍ତି। ସୁଖ-ସମ୍ମାନ ଲାଭ କରିବେ। ଉଦାର ପ୍ରକୃତିର ହେବେ। ଦାନକୁ ଶ୍ରେଷ୍ଠ ଧର୍ମଭାବେ ବିବେଚିତ କରିବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‌ ହେବା ଆଶାକରାଯାଏ।

କନ୍ୟା: ଚିନ୍ତାମୁକ୍ତ ହେବେ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇପାରନ୍ତି।

ତୁଳା: ମିଳିଥିବା ସୁଯୋଗର ଉପଯୋଗ କରିବେ। ସ୍ବାଧୀନ ଚିନ୍ତାଧାରା ନେଇ କାର୍ଯ୍ୟ କରିପାରନ୍ତି। ପରମ ଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ବିଭିନ୍ନ ଦିଗରୁ ଧନାଗମ ହେବ। ସହନଶୀଳ ଓ ଉଦାର ବିଦ୍ୟାପ୍ରେମୀ ହେବେ।

ବିଛା: କାର୍ଯ୍ୟରେ ପ୍ରଗତି ଘଟିବ। ସୁଖ-ସମ୍ମାନ ଲାଭ କରିବେ। ଶାରୀରିକ ଶକ୍ତିବୃଦ୍ଧି ହୋଇପାରେ। ଐଶ୍ବର୍ଯ୍ୟଯୁକ୍ତ ହେବେ। ବ୍ୟବସାୟ ପାଇଁ ଉଦ୍ୟମ ଚଳାଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ବାଦୁ ଭୋଜନ ମିଳିବ।

ଧନୁ: ମନ ପ୍ରସନ୍ନ ରହିବ। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। କଥାଶୈଳୀରେ ପରକୁ ଆପଣାର କରିବାରେ ସକ୍ଷମ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ଅତିଥି ବନ୍ଧୁ ସତ୍କାରରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

ମକର: ପରିବେଶ ଆପଣଙ୍କ ପାଇଁ ଲାଭଦାୟକ ହେବ। ରୋଜଗାର ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ପରିବେଶ ସୁରକ୍ଷା ପାଇଁ କାର୍ଯ୍ୟ କରିବେ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ଉତ୍ତମ ବ୍ୟବସାୟୀ ଓ ଯଶସ୍ବୀ ହେବେ।

ମୀନ: ପରିବେଶବିତ୍‌ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ଦିନ ବିତାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହୋଇପାରନ୍ତି।

Comments are closed.