ଶୁକ୍ରବାର ରାଶିଫଳ

ମେଷ: ଅଜାଣତରେ ଶତ୍ରୁତା ସୃଷ୍ଟି ହୋଇପାରେ। କାର୍ଯ୍ୟରେ ବାଧା ଉପୁଜିବାର ସମ୍ଭାବନା ଅଛି। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଭାଷାର ମାଧୁର୍ଯ୍ୟତା ପରକୁ ଆପଣାର କରିବ। ରାଜଯୋଗ ଭୋଗ ହେବ।

ବୃଷ: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ଉଚ୍ଚ ଆଶା ଫଳବତୀ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ଚେଷ୍ଟିତ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ଶ୍ରମ ସାର୍ଥକ ହେବ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ।

କର୍କଟ: ପାରିବାରିକ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ। ପରଚର୍ଚ୍ଚାରେ ମଗ୍ନ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ବିଦ୍ୱାନ୍‍, ପ୍ରବାସପ୍ରିୟ, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।

ସିଂହ: ମହିଳା ଓ ବିଦ୍ୟାର୍ଥୀଙ୍କୁ ଜଗି-ରଖି ଚଳିବାକୁ ପଡ଼ିବ। ସାମାନ୍ୟ ମାତ୍ରାର ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହେବେ। ଜଳଯାତ୍ରା ଉପରେ ସତର୍କତା ଲୋଡା, ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସ୍ୱାଭିମାନୀ ହେବେ।

କନ୍ୟା: ପରିସ୍ଥିତି ପ୍ରତି ଉଦାସ ଭାବ ପୋଷଣ କରିପାରନ୍ତି। ଆମୋଦ ପ୍ରମୋଦର ଦିନଟି ଅତିବାହିତ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବା ଆଶାକରାଯାଏ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହୋଇପାରେ।

ତୁଳା: ଆଶ୍ରୟ ମିଳିବ। ଉପକୃତ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ହେବା ଆଶାକରାଯାଏ।

ବିଛା: ବାଧା-ବିଘ୍ନକୁ ଏଡ଼ାଇ କାର୍ଯ୍ୟରେ ଅଗ୍ରସର ହୋଇପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ରାଜତୁଲ୍ୟ ମାହଲରେ ଜୀବନଯାପନ କରିବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ।

ଧନୁ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ପୁଣ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମରେ ତତ୍ପରତା ପ୍ରକାଶ ପାଇବ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ମକର: ବ୍ୟବସାୟ ଲାଭଜନକ ହେବ। ପରିଶ୍ରମର ମୂଲ୍ୟ ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହୋଇପାରନ୍ତି।

କୁମ୍ଭ: ମନସ୍କାମନାପୂର୍ଣ୍ଣ ହେବ। ଯେକୌଣସି ସୂତ୍ରରୁ ଧନାଗମର ସୂଚନା ମିଳୁଛି। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।

ମୀନ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ପାଇବ। ବଳବାନ୍‍ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସମରକ୍ଷେତ୍ରରେ ବିଜୟୀ ହେବେ। ମାଲିମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ। ଲୋକପ୍ରିୟ ହେବେ। ସାମାଜିକ ଗୌରବ ମିଳିବ।

Comments are closed.