ମଙ୍ଗଳବାର ରାଶିଫଳ

0

ମେଷ: ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପରିବାରର ଆଦର୍ଶ ହେବେ। ପ୍ରସନ୍ନତା ଲାଭ କରିବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୁଃଖୀ-ରଙ୍କୀଙ୍କ ପାଇଁ ଦୟାର୍ଦଚିତ୍ତ ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।

ବୃଷ: ନିଷ୍ଠାପର ଭାବେ କାର୍ଯ୍ୟ କରିବେ। ସେବକ ମନୋଭାବର ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ବିଳାସ-ବ୍ୟସନ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମିଥୁନ: ସୁସ୍ଥ ଓ ନିରାମୟ ରହିବେ। ସାମାନ୍ୟ କ୍ଳେଶ ଉପୁଜିପାରେ। ସ୍ବାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଶେଷ ପଦବୀଧାରୀ ହେବେ। ମହାଧନ ପ୍ରାପ୍ତ ହେବେ। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।

କର୍କଟ: କାର୍ଯ୍ୟରେ ଆଶିଂକ ସଫଳତା ମିଳିବ। ଦୁଃସାହସିକ ପଦକ୍ଷେପ​‌ ନେଇ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ହାତ ଦେବେ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଉପଦେଶ ସୁରକ୍ଷା କବଚ ହେବ।

ସିଂହ: ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଦ୍ବାରା ପ୍ରଶଂସା ଲାଭ କରିବେ। ସାବଧାନରେ ନ ଚାଲିଲେ ଝୁଣ୍ଟି ପଡ଼ି ଯାଇପାରନ୍ତି।

କନ୍ୟା: ନିଜ ମର୍ଯ୍ୟାଦାକୁ ଜଗି ଚଳିବାକୁ ପଡ଼ିବ। ବିଚାର -ବିମର୍ଷ କରି କାର୍ଯ୍ୟ କଲେ ସଫଳତା ମିଳିବ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟରୁ ପ୍ରଚୁର ଧନଲାଭ ହୋଇପାରେ। ଧାର୍ମିକ ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି।

ତୁଳା: କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବର ଅଧିକାରୀ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ବିଛା: ଅପ୍ରିୟ ପରିସ୍ଥିତିରୁ ଉଧୁରି ଯିବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ବିଜୟୀ ହେବେ।

ଧନୁ: ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ତଥାପି ଭାଗ୍ୟବାନ୍‌ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ବ୍ୟବସାୟରୁ ଅଧିକ ଧନଲାଭ ହୋଇପାରେ। ଧନାଗମର ସୂଚନା ମିଳୁଛି।

ମକର: ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସରକାର ହୁଅନ୍ତୁ କିମ୍ବା ବନ୍ଧୁ ହୁଅନ୍ତୁ ସେମାନଙ୍କ ସାହଯ୍ୟରେ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ପାରିବାରିକ ସୁଖ ମିଳିବ। ମୋକଦ୍ଦମାର ରାୟ ଆପଣଙ୍କ ସପକ୍ଷରେ ଯିବ। ନୂଆ ବନ୍ଧୁ ଜୁଟିବେ।

କୁମ୍ଭ: ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ଗହଳି ଭିତରୁ ଯାଇ କିଛି ସମୟ ପାଇଁ ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ। ପଥରୋଧକାରୀ ମାନେ ବିଫଳ ହେବେ। ମଧୁର ସମ୍ଭାଷଣରେ ପରକୁ ଆପଣାର କରିପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ।

ମୀନ: ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ମିଳିବ। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜଧନ ପ୍ରାପ୍ତ ହେବ।

Leave A Reply