ଶୁକ୍ରବାର ରାଶିଫଳ

0

ମେଷ: ଅଭିଜ୍ଞତାର ପୁନରାବୃତ୍ତି ଘଟାଇ ପାରନ୍ତି। ଚିନ୍ତାଗ୍ରସ୍ତ ହେବେ। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିପ୍ରକାଶ ଘଟିବ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।
ବୃଷ: ବିଭିନ୍ନ ସୂତ୍ରରୁ କିପରି ଅର୍ଥ ଆସିବ ତା’ର ଯୋଜନା ପ୍ରସ୍ତୁତ କରି କୃତକାର୍ଯ୍ୟ ହେବେ। ଶକ୍ତିମାନ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସୈନିକମାନେ ଦକ୍ଷତାର ପରିଚୟ ଦେବେ। ମାଲି-ମୋକଦମାରେ ଜିଣି ଧନ ଲାଭ ହେବ।
ମିଥୁନ: ଶାନ୍ତି-ସନ୍ତୋଷର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଚଞ୍ଚଳ ସ୍ୱଭାବର ହେବେ। ସ୍ନେହ ମଣିଷର ପରିଚୟ ଦେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇ ପାରନ୍ତି। ସାହସୀ, ଜ୍ଞାନୀ ଓ ଧର୍ମ ପରାୟଣ ହେବେ।
କର୍କଟ: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଲୋକ ପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ପ୍ରାପ୍ତ ହେବେ। ଗୃହ ଓ ଯାନ-ବାହନ ସୁଖ ମିଳିବ।
ସିଂହ: ସୁଖ-ସମ୍ମାନ ଲାଭ କରିପାରନ୍ତି। କୀର୍ତ୍ତିମାନ୍‍ ହେବେ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
କନ୍ୟା: ନିଷ୍ଠାପର ଭାବେ କାର୍ଯ୍ୟ ସମ୍ପାଦନ କରିପାରନ୍ତି। ଭାଗ୍ୟବାନ ହେବେ। ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।
ତୁଳା: ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ଈର୍ଷା ପରାୟଣତାକୁ ଜଳାଞ୍ଜଳି ଦେଲେ ଜନ ସମାଜରେ ଆଦରଣୀୟ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶତ୍ରୁମାନଙ୍କ ଉପରେ ସତର୍କ ଦୃଷ୍ଟି ରଖିବାକୁ ପଡ଼ିବ। ବ୍ୟବସାୟରୁ ଲାଭ ମିଳିବ।
ବିଛା: ରାଜନୀତିରେ ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଲାଭବାନ ହୋଇପାରନ୍ତି। ସମାଜ ସେବା ଉପରେ ଗୁରୁତ୍ୱ ଦେବେ। ଅହଂକାରୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ସୁପରାମର୍ଶ ଆପଣଙ୍କ ପାଇଁ ଉପାଦେୟ ହେବ।
ଧନୁ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ପୁରୁଷ ସ୍ୱଭାବର ହେବେ। କାନ୍ତାନୁରକ୍ତ ହୋଇପାରନ୍ତି। ସତ୍‍କର୍ମରେ ନିୟୋଜିତ ହେବେ। ଧାର୍ମିକ ହେବେ।
ମକର: ସ୍ୱକର୍ମ ପାଇଁ ଆନନ୍ଦ ଅନୁଭବ କରିପାରନ୍ତି। ନିରବ ଚିନ୍ତାନ ଶୁଭଦାୟକ ହୋଇପାରେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଧାର୍ମିକ ଓ ତେଜସ୍ୱୀ ହେବେ।
କୁମ୍ଭ: ବନ୍ଧୁ ସୁଖ ମିଳିବ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। କୃଷି କର୍ମପାଇଁ ଜଳପ୍ରତି ଆଦର ପ୍ରେମୀ ହେବେ।
ମୀନ: ସ୍ୱ-କର୍ମ ପାଇଁ ପ୍ରଶଂସାର ପାତ୍ର ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫରେ ପୀଡ଼ିତ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ।

Leave A Reply