ଗୁରୁବାର ରାଶିଫଳ (୦୨/୦୪/୨୦୨୦)

ମେଷ: ଠାକୁରଙ୍କ କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ। ଶ୍ରମ ସାର୍ଥକ ହୋଇପାରେ। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। କର୍ମକ୍ଷେତ୍ରରୁ ପ୍ରଚୁର ଲାଭ ମିଳିବ। ଯଶସ୍ବୀ ହେବେ। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି।

ବୃଷ: ଗୃହରେ ସମସ୍ୟା ଦେଖା ଦେଇପାରେ। ଆଶାବାଦୀ ହେବେ। ମନ ବିଷାଦଭରା ହୋଇପାରେ। ଧର୍ମପ୍ରିୟ ହେବେ। ପାଣ୍ଡିତ୍ୟର ପରିପ୍ରକାଶ ଘଟାଇ ପାରନ୍ତି। ଶିଳ୍ପ ବିଦ୍ୟା ପ୍ରିୟ ହେବେ। କ୍ରିୟାଶୀଳ ହୋଇପାରନ୍ତି।

ମିଥୁନ: ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଚିନ୍ତାଧାରା ଉନ୍ନତ ହେବ। ନୂଆ ବନ୍ଧୁ ଜୁଟିବେ।

କର୍କଟ: ବିବାଦୀୟ ପରିସ୍ଥିତିରୁ ଫାଇଦା ଉଠାଇ ପାରନ୍ତି । ସୁନାମ ଅର୍ଜନ କରିବେ । ଅଯଥା ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ହେବା ଭଲ । ଖର୍ଚ୍ଚାନ୍ତ ହେବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି ।

ସିଂହ: ଆୟ ବୃଦ୍ଧିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିବେ। ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଦିନଟି ମଧ୍ୟମ ଧରଣର। ଯେକୌଣସି ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି।

କନ୍ୟା: କୌଣସି କାର୍ଯ୍ୟରେ ପଶ୍ଚାତ୍‌ପଦ ହେବେ ନାହିଁ। ସୁସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ର ଉଳମୟ କରିପାରନ୍ତି। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।

ତୁଳା: ସେବା କାର୍ଯ୍ୟରେ ମନୋନିବେଶ କରିବେ। ଅଧିକ କ୍ଷମତା ମିଳିବ ଓ ଏହାର ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦେବଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିବେ। ସରକାରୀ ସ୍ତରରୁ ଲାଭ ପାଇ ପାରନ୍ତି।

ବିଛା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତ ହୋଇପାରନ୍ତି। ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ଧନ ଓ ସୁଖ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଯାନବାହନ ଚଳାଚଳରେ ସତର୍କ ହେବେ।

ଧନୁ: ଧନ-ଧାନ୍ୟରେ ମଣ୍ଡିତ ହୋଇପାରନ୍ତି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ରରେ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ରୁଚିକର ଭୋଜନ ତୃପ୍ତିକର ହେବ। ଆନନ୍ଦ ଉପଭୋଗ କରିବେ। ବନ୍ଧୁ ସହାୟତା ମିଳିବ।

ମକର: ଦୁଃସାହସିକ ପଦକ୍ଷେପ ନେଇ ପାରନ୍ତି । ଶତ୍ରୁ ଦମନ କରି ଆଶ୍ବସ୍ତ ହେବେ। ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ଶୁଭଖବର ପାଇ ଖୁସି ହୋଇପାରନ୍ତି । ଶୁଭକାର୍ଯ୍ୟ କରଣୀୟ । ଋଣ ପରିଶୋଧ କରିବେ।

କୁମ୍ଭ: ନିର୍ଭୀକ ଭାବେ କାର୍ଯ୍ୟ ସଂପାଦନ କରିବେ। ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ପ୍ରଚୁର ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁବିଦ୍ୟାଯୁକ୍ତ ହେବେ।

ମୀନ: ଦିନଟି ଆନନ୍ଦଦାୟକ ହେବ। ବିବାଦରେ ବିଜୟୀ ହେବେ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ପରିଶ୍ରମର ମୂଲ୍ୟ ମିିଳିବ। ଭକ୍ତିମାର୍ଗରେ ମନ ବଳାଇ ପାରନ୍ତି। କର୍ମରେ ଦକ୍ଷ ଓ ଚତୁର ହେବେ।

Comments are closed.