ରବିବାର ରାଶିଫଳ

ମେଷ: ଆର୍ଥିକ ସ୍ଥିତିର ଢ଼େର ଉନ୍ନତି ଘଟିବ। କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିବେ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ଅର୍ଥ ଓ ସମ୍ମାନ ମିଳିବ।

ବୃଷ: ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। କର୍ମ ଚଞ୍ଚଳ ରହିବେ। କୁଳ ଉଳକାରୀ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଦୟାଳୁ, ଯଶସ୍ବୀ ହେବେ। ବ୍ୟବସାୟ ଲାଭଜନକ ହେବ।

ମିଥୁନ: ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କର୍କଟ: ନଷ୍ଟ ଦ୍ରବ୍ୟର ସନ୍ଧାନ ପାଇବେ। ଈର୍ଷାଳୁ ଭାବର ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସର୍ଦ୍ଦି-କଫରେ ପୀଡ଼ିତ ହୋଇପାରନ୍ତି। ଅଷ୍ଟମଚନ୍ଦ୍ର ଯୋଗୁଁ ସତର୍କ ରହିବେ।

ସିଂହ: ମନୋବଳ ଦୃଢ଼ ରହିବ। ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ବନ୍ଧୁମେଳରେ ଅତିବାହିତ ହେବ। ପତ୍ନୀଙ୍କ ପରାମର୍ଶରେ ଚଳିବେ।

କନ୍ୟା: ପରିସ୍ଥିତି ଆୟତ୍ତାଧୀନ ହେବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହେବା ଆଶାକରାଯାଏ। ବିଭିନ୍ନ କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ଦିନ ଭିତରେ ଭଲ, ମନ୍ଦ ମିଶ୍ରିତ ଫଳ ମିଳିବ।

ତୁଳା: ଲେଖା-ପଢ଼ାରେ କୃତିତ୍ବ ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଧାର୍ମିକ, ତେଜସ୍ବୀ ଓ ବିବେକୀ ହେବେ।

ବିଛା: ବ୍ୟୟଭାର ବଢ଼ି ଯାଇପାରେ। କଳହମୁକ୍ତ ରହିପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷି କ୍ଷେତ ଉପରେ ଧ୍ୟାନ ଦେବେ। ବୁଦ୍ଧିମାନ୍‌ ହେବେ।

ଧନୁ: ବ୍ୟବସାୟରେ ଲାଭ-କ୍ଷତି ସମାନ୍ତରାଳ ଗତି କରିବ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସର ସହ କାର୍ଯ୍ୟ କରିବେ।

ମକର: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ପତ୍ନୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ବିଭିନ୍ନ ଦିଗରୁ ଧନାଗମ ହେବ।

କୁମ୍ଭ: ବ୍ୟବସାୟ ଲାଭଜନକ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ମୋକଦ୍ଦମାରେ ବିଜୟୀ ହୋଇ ତତ୍‌ଜନିତ ଧନ ଲାଭ ହେବ। ଚିନ୍ତାଧାରା ଉନ୍ନତମାନର ହେବ।

ମୀନ: ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି। ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଚାଟୁ ବାକ୍ୟରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରକୃତିର ହେବେ। ସାହସୀ ଓ ଜ୍ଞାନୀ ହେବେ। ପୁଣ୍ୟବାନ୍‌ ହେବେ।

Comments are closed.