ଗୁରୁବାର ରାଶିଫଳ(୨୬/୧୧/୨୦୨୦)

ମେଷ: ନିଯୁକ୍ତି ସୁଯୋଗ ଅଛି। କର୍ମଚଞ୍ଚଳ ରହିବେ। ଏକାନ୍ତ ପ୍ରିୟ ହୋଇପାରନ୍ତି। ମହିଳାମାନଙ୍କ ପ୍ରତି ସମ୍ମାନବୋଧ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର ଭାଷୀ ହେବେ। ରାଜଯୋଗ ଅଛି।
ବୃଷ: ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହୋଇପାରନ୍ତି। ଲୋକ ପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ଦାମ୍ପତ୍ୟ ସୁଖ ପାଇବେ। ସୁଖୀ ହେବେ।
ମିଥୁନ: ଅନ୍ୟକୁ ଉଦ୍ଧାର କରିବାକୁ ଯାଇ ନିଜେ ବିପଦକୁ ବରଣ କରିପାରନ୍ତି। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ।
କର୍କଟ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ବୁଡ଼ି ରହିବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପର୍ଯ୍ୟଟନର ସୁବିଧା, ସୁଯୋଗ ମିଳିପାରେ।
ସିଂହ: ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଶତ୍ରୁମାନେ କ୍ଷତି ଘୁଞ୍ଚାଇବାକୁ ଉଦ୍ୟମ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସାଥି କରଛଡ଼ା ଦେବେ।
କନ୍ୟା: ବ୍ୟବସାୟ ଲାଭଜନକ ହେବ। ଉତ୍ତମ ଜନସେବା କରି ପରିଚୟ ସୃଷ୍ଟି କରିବେ। ମନରେ ସାମୟିକ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସୁଖୀ ହେବେ।
ତୁଳା: ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି। ସୁଖୀ ହେବେ।
ବିଛା: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଧାର୍ମିକ, ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ।
ଧନୁ: ଅନ୍ୟ ପାଇଁ ଜାମିନ୍‍ଦାର ହୋଇପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି।
ମକର: ଗୁରୁକୃପା ଲାଭ କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁର ଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନ ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିପାରେ।
କୁମ୍ଭ: ଯୋଗାଯୋଗ ସୁଫଳଦାୟକ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତିତ୍ୱ ବିକଶିତ ହେବ। ମଧୁରଭାଷୀ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିପାରେ।
ମୀନ: ଧାର୍ମିକ ପ୍ରବୃତ୍ତିର ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧ ଓ ମାଲିମୋକଦ୍ଦମାରେ ବିଜୟୀ ହୋଇ, ମୋକଦ୍ଦମା ଖର୍ଚ୍ଚ ପାଇପାରନ୍ତି। ଧନ-ସମ୍ପଦ ଭରପୂର ରହିବ। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବେ।

Comments are closed.