ସୋମବାର ରାଶିଫଳ

0

ମେଷ: ପରର ଉପକାର କରି ଆତ୍ମ ସନ୍ତୋଷ ଲାଭ କରିବେ। ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବାର ସୁଯୋଗ ଅଛି। ମନୋରମା ପତ୍ନୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଲାଭଜନକ ହେବ। ସେବା ପରାୟଣ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ।

ବୃଷ: ଭାଇମାନଙ୍କ ଉପରେ ସ୍ନେହ, ସଦିଚ୍ଛା ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ବଳବାନ ହେବେ। ଶତ୍ରୁହନ୍ତା ହେବା ଆଶା କରାଯାଏ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।

ମିଥୁନ: ବିରୋଧତାର ପରିସମାପ୍ତି ଘଟିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭ ହେବାର ସୂଚନା ମିଳୁଛି। ଜୁଆ, ଲଟେରି ବ୍ୟବସ୍ଥାର ଜିତାପଟ ନେଇ ପାରନ୍ତି। ସାହସୀ ଓ ଜ୍ଞାନୀ ହେବେ। ତେଜୀୟାନ ହେବେ।

କର୍କଟ: କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଉଦାର ସ୍ୱଭାବ ସମ୍ପନ୍ନ ହେବେ। ଦାନଶୀଳ ହୋଇପାରନ୍ତି। ଶାନ୍ତ, ନ୍ୟାୟବାନ ବ୍ୟକ୍ତିର ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ରହିବେ। କୃଷିରୁ ଲାଭ ମିଳିବ। ଯାନବାହନ ସୁଖ ମିଳିବ।

ସିଂହ: ଭ୍ରମଣ ଜନିତ ଆନନ୍ଦ ଅନୁଭବ କରିପାରନ୍ତି। ଦୃଢ଼ ମନୋବଳ ନେଇ କାର୍ଯ୍ୟ ସଂପାଦନ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବ ଓ ମିଷ୍ଟ ଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସୁଖ ମିଳିବ।

କନ୍ୟା: ଚିନ୍ତାଗ୍ରସ୍ତ ହୋଇଧାରନ୍ତି। ଭାଗ୍ୟର ପରିବର୍ତ୍ତନ ଘଟାଇ ପାରନ୍ତି। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ମିଳିବ। ବ୍ୟବସାୟରୁ ଅଧିକ ଲାଭ ମିଳିବ।

ତୁଳା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ​‌େ​‌ହାଇପାରେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାୟନ୍ତି। ମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭର ସୂଚନା ମିଳୁଛି। ଚିନ୍ତାଧାରା ଉନ୍ନତମାନର ହେବ। ନୂଆ ବନ୍ଧୁ ଜୁଟିବେ।

ବିଛା: ମନ ପ୍ରଫୁଲ୍ଲ ରହିବ। କାର୍ଯ୍ୟରେ ସାମୟିକ ଭାବେ ବାଧା ଉପୁଜି ପାରେ। ଚଞ୍ଚଳ ସ୍ୱଭାବର ହେବେ। ସ୍ନେହବୋଳା କଥାରେ ପରକୁ ଆପଣାର କରିପାରନ୍ତି। ଚକ୍ଷୁରେ ଯନ୍ତ୍ରଣା ଉପୁଜି ପାରେ। ବିଭିନ୍ନ ଦିଗରେ ଖର୍ଚ୍ଚ କରି ବ୍ୟତିବ୍ୟସ୍ତ ହୋଇପାରନ୍ତି।

ଧନୁ: କର୍ମ ଅନୁସାରେ ଫଳପ୍ରାପ୍ତ ହେବେ। ଆୟର ପରିମାଣ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ଧନଲାଭର ସୂଚନା ମିଳୁଛି।

ମକର: ମାନସିକ ସ୍ତରରେ ଦ୍ୱନ୍ଦ୍ବ ଉପୁଜି ପାରେ। କର୍ତ୍ତବ୍ୟ ନିଷ୍ଠା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବେ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ହେବେ। ବ୍ୟବସାୟ ଲାଭଜନକ ହେବ।

କୁମ୍ଭ: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଗୁଣବାନ ହେବେ।

ମୀନ: ଯୋଗାଯୋଗ ଫଳପ୍ରଦ ହେବ। ଈର୍ଷା ପରିତ୍ୟାଗ କଲେ ଆଶ୍ୱସ୍ତି ମିଳିବ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ସ୍ତରରେ ଦୁର୍ବଳତା ଅନୁଭବ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଯାନବାହନ ଚଳାଚଳ ଓ ଜଳଯାତ୍ରାରେ ସତର୍କ ହେବେ।

Leave A Reply