ରଥଯାତ୍ରାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପ୍ରତିଟି ଆୟୋଜନ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ ହୋଇଛି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରଥଯାତ୍ରା ତଥା ଆନୁଷଙ୍ଗିକ ନୀତିଗୁଡ଼ିକ ନିମନ୍ତେ ପୂର୍ଣ୍ଣ ସହଯୋଗ ପାଇଁ ସେବାୟତ, ପ୍ରଶାସନ ଓ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କୁ ସାଙ୍ଗରେ ଧରି ଶ୍ରୀମନ୍ଦିରକୁ ଫେରିଛନ୍ତି । ରଥଯାତ୍ରାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପ୍ରତିଟି ଆୟୋଜନ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ ଭାବେ ସମ୍ପନ୍ନ ହୋଇଛି । ସବୁ ସେହି ଲୀଳାମୟଙ୍କ ଇଚ୍ଛା ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

Comments are closed.