କୋଭିଡ-୧୯ ସଦ୍ୟତମ ସୂଚନା : ଆରୋଗ୍ୟ ହାର ୨୬.୬୫ % ବୃଦ୍ଧି

ନୂଆଦିଲ୍ଲୀ : ଏକ ସତର୍କ, ସକ୍ରିୟ ତଥା ବର୍ଗୀକୃତ ମୁକାବିଲା ନୀତିର ଅଂଶବିଶେଷ ସ୍ବରୂପ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ ସହିତ ମିଶି ଭାରତ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ଏହାକୁ ନିୟମିତ ଭାବେ ଉଚ୍ଚସ୍ତରରେ ସମୀକ୍ଷା ଏବଂ ଅନୁଧ୍ୟାନ କରାଯାଉଛି ।

ବର୍ତ୍ତମାନ ସୁଦ୍ଧା ମୋଟ ୧୦,୦୧୮ ଜଣ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଗତ୨୪ ଘଣ୍ଟା ମଧ୍ୟରେ ୧୦୬୧ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି । ଆରୋଗ୍ୟ ହାର ୨୬.୬୫ ପ୍ରତିଶତ ରହିଛି । ଦେଶରେ ଗତକାଲି ଅପେକ୍ଷା ୨୨୯୩ଟି ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ସାରା ଦେଶରେ କୋଭିଡ-୧୯ ସଂକ୍ରମିତଙ୍କ ସଂଖ୍ୟା ୩୭,୭୭୬ ରେ ପହଞ୍ଚିଛି । କୋଭିଡ-୧୯ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୧୨୨୩ରେ ପହଞ୍ଚିଛି।

ଶୁକ୍ରବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ବ୍ୟକ୍ତିଗତ ସୁରକ୍ଷା ଉପକରଣ (ପିପିଇ)ର ଯୁକ୍ତିଯୁକ୍ତ ଉପଯୋଗ ନିମନ୍ତେ ଅତିରିକ୍ତ ଗାଇଡଲାଇନ ଜାରି କରାଯାଇଥିଲା। ପୂର୍ବରୁ ‘ବ୍ୟକ୍ତିଗତ ସୁରକ୍ଷା ଉପକରଣର ଯୁକ୍ତିଯୁକ୍ତ ବ୍ୟବହାର’ ନିମନ୍ତେ ଜାରି ହୋଇଥିବା ଗାଇଡଲାଇନ ଆଧାରରେ ଏହି ଗାଇଡଲାଇନ ଜାରି ହୋଇଛି । ବିସ୍ତୃତ ଗାଇଡଲାଇନ

https://www.mohfw.gov.in/pdf/AdditionalguidelinesonrationaluseofPersonalProtectiveEquipmentsettingapproachforHealthfunctionariesworkinginnonCOVIDareas.pdf  ରେ ଉପଲବ୍ଧ ରହିଛି।

କୋଭିଡ-୧୯ ସଂକ୍ରାନ୍ତରେ ସମସ୍ତ ପ୍ରକାରର ଭରସାଯୋଗ୍ୟ ଓ ସତ୍ୟ ଆଧାରିତ ବୈଷୟିକ ସୂଚନା, ଗାଇଡଲାଇନ ଏବଂ ମାର୍ଗଦର୍ଶିକା ନିମନ୍ତେ ନିୟମିତ ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ୱେବସାଇଟ୍  https://www.mohfw.gov.in/ ଦେଖନ୍ତୁ।

କୋଭିଡ-୧୯ ସମ୍ପର୍କରେ କୌଣସି ବୈଷୟିକ ସନ୍ଦେହର ସମାଧାନ ଲାଗି [email protected]ରେ ଏବଂ ଅନ୍ୟ କିଛି ବିଷୟରେ ଜାଣିବାକୁ ଚାହୁଁଥିଲେ [email protected] ରେ ଇମେଲ କରନ୍ତୁ କିମ୍ବା  @CovidIndiaSeva ରେ ଟ୍ବିଟ କରନ୍ତୁ ।

କୋଭିଡ-୧୯ ସଂକ୍ରାନ୍ତରେ କୌଣସି ସୂଚନା ପାଇବାକୁ ଚାହୁଁଥିଲେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ହେଲ୍ପଲାଇନ ନଂ : : +୯୧-୧୧-୨୩୯୭୮୦୪୬ ଅବା ୧୦୭୫ (ଶୁଳ୍କମୁକ୍ତ)ରେ କଲ କରନ୍ତୁ। କୋଭିଡ-୧୯ ସଂକ୍ରାନ୍ତରେ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶଗୁଡ଼ିକର ହେଲ୍ପଲାଇନ ନଂ https://www.mohfw.gov.in/pdf/coronvavirushelplinenumber.pdfରେ ଉପଲବ୍ଧ ରହିଛି ।

Comments
Loading...