୧୧ ଜୀବନ ନେଲା କରୋନା : ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି। ବୁଧବାର ରାଜ୍ୟରୁ ୧୧ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧାରୁ ୨ ଜଣ, ସୁନ୍ଦରଗଡ, ମୟୁରଭଞ୍ଜ ଏବଂ କଳାହାଣ୍ଡିରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।

Comments are closed.