ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି

ଭୁବନେଶ୍ଵର : ରାଜ୍ୟରୁ ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ। ଫଳରେ ରାଜ୍ୟ​ରେ କରୋନା ଜନିତ ମୋଟ ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଭୁବନେଶ୍ଵର ଓ କଟକ ଓ ବାଲେଶ୍ଵରରୁ ଆଜି ୩ ଜଣ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେହିପରି ପୁରୀରୁ ୨ ଜଣ ଏବଂ ଝାରସୁଗୁଡା, ସୁନ୍ଦରଗଡ଼, ବଲାଙ୍ଗୀର ଏବଂ ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

 

Comments are closed.