ଏ ସପ୍ତାହରେ +୨ ବିଜ୍ଞାନ ଫଳ

ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ଆସନ୍ତା ୧୪ ତାରିଖ ସୁଦ୍ଧା ପ୍ରକାଶ ପାଇବ। ଏନେଇ ପରିଷଦ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦୁଇ ଦିନ ମଧ୍ୟରେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବ। ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଚଳିତ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ଖୁବ୍‌ ଶୀଘ୍ର ତାରିଖ ଘୋଷଣା କରାଯିବ ବୋଲି ସେ କହିଛନ୍ତି। ଚଳିତ ବର୍ଷ ବିଜ୍ଞାନ ପାଠ୍ୟକ୍ରମର ଖାତା ଅନ୍‌ଲାଇନ୍‌ରେ ମୂଲ୍ୟାୟନ କରାଯାଇଥିଲା। ବିଜ୍ଞାନ ଫଳ ପ୍ରକାଶ ପାଇବା ପରେ ବାଣିଜ୍ୟ, କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଫଳ ପ୍ରକାଶ କରିବ ପରିଷଦ।

Comments are closed.