ରିଆଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀଙ୍କୁ ଅଟକ ରଖିଛି ଏନସିବି

ମୁମ୍ବାଇ : ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଦିନକୁ ଦିନ ନାଟକୀୟ ମୋଡ଼ ନେଉଛି। ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ପକ୍ଷରୁ ଆଜି ରିଆଙ୍କ ଘରେ ରେଡ଼୍ କରାଯାଇଥିଲା। ଏହାପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନସିବି) ରିୟାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ ଓ ସୁଶାନ୍ତଙ୍କ ପୂର୍ବତନ ମ୍ୟାନେଜର ସାମୁଏଲ ମିରାଣ୍ଡାଙ୍କୁ ଅଟକ ରଖିଛି। ଉଭୟଙ୍କୁ ଏନସିବିର ମୁମ୍ବଇ କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚୁରା କରାଯାଉଥିବା ଜଣାପଡ଼ିଛି।

Comments are closed.