ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ; ଅଳ୍ପକେ ବର୍ତ୍ତିଲେ ୫ ଯାତ୍ରୀ

ପାଟଣା : କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର-ତୁରୁମୁଙ୍ଗା ରାସ୍ତାର କଇଁଣ୍ଡା ନିକଟରେ ଆଜି ଅପରାହ୍ନରେ ଏକ ବୋଲେରୋ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବ ବିଲ ଭିତରକୁ ଓଲଟି ପଡିଛି। ବୋଲେରୋଟି ଭୂବନରୁ ଭଣ୍ଡା ଅଭିମୁଖେ ଯାଉଥିଲା। ବୋଲେରୋରେ ୫ଜଣ ଯାତ୍ରୀ ଥିବାବେଳେ ସମସ୍ତ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରୁମୁଙ୍ଗା ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଛି। ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ବୋଲେରୋଟିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Comments are closed.