ସଡକ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

0

ଯାଜପୁର : ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ବାଘୁଆ ଛକ ନିକଟରେ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡିଛି। ବେପରୁଆ ଓ ଦ୍ରୁତ ଗାଡି ଚାଳନା ଏବଂ ରାଜପଥ ସଂପ୍ରସାରଣ କାର୍ଯ୍ୟରେ ଅହେତୁକ ବିଳମ୍ବ ସହିତ ରାଜପଥରେ ସୃଷ୍ଟି ହୋଇଥିବା ଖାଲଖମା ଯୋଗୁଁ  ଚଣ୍ଡିଖୋଲ ଡ଼ୁବୁରୀ ୫୩ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି।

ଗୋଟିଏ ଟ୍ରକ୍ ଏକ ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଓଲଟି ପଡିଥିଲା। ଟ୍ରକ ଧକାରେ ବାଇକ୍ ଚ଼ାଳକ ଚିତ୍ତରଞ୍ଜନ ସ୍ଵାଇଁଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ତାଙ୍କ ଝିଅ ଗୁରୁତର ଭାବେ ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି |

Leave A Reply