ମାଲକାନଗିରିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୩ ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ବିଜାଘାଟିରେ ଆଜି ଦୁଇଟି ମୋଟର ସାଇକେଲ ମୁହାଁମୁହିଁ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଏହି ଦୁର୍ଘଟଣାରେ ଦୁଇଟି ମୋଟର ସାଇକେଲର ୩ ଜଣ ଆରୋହିଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ ପରିଚୟ ମିଳି ପାରିନାହିଁ। ଘଟଣା ସମ୍ପର୍କରେ ଖବର ପାଇ ମାଲକାନଗିରି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.