ସଡ଼କ ଦୁର୍ଘଟଣାରେ ୩ ମୃତ

ବାଲେଶ୍ୱର : ବାଲେଶ୍ୱର ଜିଲା ଚାନ୍ଦିପୁର ରୋଡ଼ର ଗଛମାଳିଆ ନିକଟରେ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ଗଛମାଳିଆ ନିକଟରେ ଏକ ବାଇକ୍‍ ଓ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଡ଼ାକ୍ତରଖାନା ନିଆଯାଇଥିଲାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

Comments are closed.