ଖାଇକୁ ଖସିଲା କାର୍; ତିନିଜଣ ଯୁବକଙ୍କ ମୃତ୍ୟୁ

ଶିମଲା : ହିମାଚଳପ୍ରଦେଶର ଶିମଲାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି । ବାଲୋଗ ଉପତ୍ୟକା ନିକଟରେ ଏକ କାର୍ ଦୁର୍ଘଟଣାଗ୍ରସ୍ତ ହୋଇ ରାସ୍ତାରୁ ପ୍ରାୟ ୬୦୦ ମିଟର ଖାଇକୁ ଖସିପଡିଥିଲା। ଏହି ଦୁର୍ଘଟଣାରେ ତିନିଜଣ ଯୁବକଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଗୁରୁତୁରଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ଦୁର୍ଘଟଣାର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ।ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

Comments are closed.