ଅଜଣା ଗାଡି ଧକ୍କାରେ ୨ ମୃତ ଓ ଜଣେ ଆହତ

0

କେନ୍ଦୁଝର : ଏକ ଅଜଣା ଗାଡି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ କଣ୍ଡରା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି ।  ଗତକାଲି ରାତିରେ ଏକ ଅଜଣା ଗାଡି ଏକ ଅଟୋକୁ ପଛରୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା। ପୁଲିସ ମୃତଦେହ ଜବତ କରିବା ସହ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।

Leave A Reply