ସତ୍ୟବାଦୀ ବିଧାୟକଙ୍କ ମାରାଥନ ଉଦଘାଟନ

ସାକ୍ଷୀଗୋପାଳ: ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଆଜି ସତ୍ୟବାଦୀ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି। ଉତ୍କଳମଣି ଗୋପବନ୍ଧୁ ଦାସ, ପଣ୍ଡିତ ନୀଳକଣ୍ଠ ଦାସ, ଆଚାର୍ଯ୍ୟ ହରିହର ଦାସ, ପଣ୍ଡିତ କୃପାସିନ୍ଧୁ ମିଶ୍ର ଓ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବନ ବିଦ୍ୟାଳୟର ସ୍ୱାଧୀନତା ପରବର୍ତ୍ତୀ ଅନୁଷ୍ଠାନ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ପରିସରରେ ସତ୍ୟବାଦୀ ବିଧାୟକ ଶ୍ରୀଯୁକ୍ତ ସାମନ୍ତରାୟ ଉତ୍କଳମଣିଙ୍କ ପୂର୍ଣାବୟବ ପ୍ରତିମୂର୍ତ୍ତି ଓ ପ୍ରତିମୂର୍ତ୍ତି ସ୍ଥାପିତ ହୋଇଥିବା ଗୃହ ଉଦଘାଟନ କରିଥିଲେ।

ଏହି ଅବସରରେ ବ୍ଲକ ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ଉପାଧ୍ୟକ୍ଷ ବିକ୍ରମ କୁମାର ଜେନା, ଆତ୍ମା କମିଟିର ପୂର୍ବତନ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ସତ୍ୟବାଦୀ ବ୍ଲକ ବିଜେଡ଼ି ସଭାପତି ପ୍ରମୋଦ କୁମାର ରାଉତରାୟ, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଭବମ ପ୍ରଧାନ, ଶିକ୍ଷକ ସତ୍ୟବାଦୀ ଦାସ ଓ ବିଜୟ କୁମାର ପରିଡାଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

Comments are closed.