ପଦ୍ମଶ୍ରୀ ଭବାନୀଚରଣ ପଟ୍ଟନାୟକଙ୍କ ବିୟୋଗରେ ‘ସମାଜ’ ପରିବାରର ଶୋକ

ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସଭାପତି ତଥା ‘ସମାଜ’ ପରିଚାଳନା ମଣ୍ଡଳୀର ଅଧ୍ୟକ୍ଷ ଦୀପକ ମାଲବ୍ୟ ପଦ୍ମଶ୍ରୀ ଭବାନୀଚରଣ ପଟ୍ଟନାୟକଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ଭାବେ ବର୍ଣ୍ଣନା କରିବା ସହ ତାଙ୍କ ଜୀବନାଦର୍ଶ ଯୁବପିଢ଼ି ପାଇଁ ପ୍ରେରଣାଦାୟୀ ବୋଲି କହିଛନ୍ତି। ସେହିପରି ‘ସମାଜ’ ପରିଚାଳନା ମଣ୍ଡଳୀର କାର୍ଯ୍ୟନିର୍ବାହୀ ସମ୍ପାଦକ ଭୀମସେନ ଯାଦବ, ‘ସମାଜ’ର ମୁଦ୍ରାକର ଓ ପ୍ରକାଶକ ତଥା ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ, ଲୋକସେବକ ମଣ୍ଡଳର ଆଜୀବନ କର୍ମୀ ଡ. ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ ଓ ରାଜେନ୍ଦ୍ର ଜେନାଙ୍କ ସମେତ ‘ସମାଜ’ର କାର୍ଯ୍ୟକାରୀ ସମ୍ପାଦକ ସୁଶାନ୍ତ ମହାନ୍ତି ତାଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି। ‘ସମାଜ’ ପକ୍ଷରୁ କାର୍ଯ୍ୟକାରୀ ମୁଖ୍ୟ ପରିଚାଳକ ପ୍ରିୟବ୍ରତ ମହାନ୍ତି ତାଙ୍କ ଅଶୋକନଗରସ୍ଥିତ ବାସଭବନ ଯାଇ ମରଶରୀରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Comments are closed.