ବାଲୁକା କଳାରେ ବୀରପୁତ୍ରଙ୍କୁ ଶ୍ରଦ୍ଧାଞ୍ଜଳି

ବ୍ରହ୍ମପୁର: ଓଡ଼ିଶା ମାଟିର ଦୁଇ ବୀରପୁତ୍ର ମହାନ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଶନିବାର ପାଳିତ ହେଉଛି। ଏହି ଅବସରରେ ବ୍ରହ୍ମପୁରର ବାଲୁକା ଶିଳ୍ପୀ ସତ୍ୟନାରାୟଣ ମହାରଣା ବାଲୁକା କଳା ସ୍ୟାଣ୍ଡ୍ ଆନିମେସନ ମାଧ୍ୟମରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତାଙ୍କର ଏହି କଳାକୃତିକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।