ବିର୍ସାମୁଣ୍ଡା ଆଦର୍ଶ ବାଳିକା ଉଚ୍ଚ ବିଦ୍ୟାଳୟର ବରିଷ୍ଠ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ସାରନଗରୀ : ସାରନଗରୀ ଅନ୍ତର୍ଗତ କଇଁଥାବସା ସ୍ଥିତ ବିର୍ସାମୁଣ୍ଡା ଆଦର୍ଶ ବାଳିକା ଉଚ୍ଚ ବିଦ୍ୟାଳୟର ବରିଷ୍ଠ ବିଜ୍ଞାନ ଶିକ୍ଷୟିତ୍ରୀ ଏମ.ଭି ରାଜେଶ୍ୱରୀ ଓ ଶିକ୍ଷା କର୍ମଚାରୀ ମନୋରମା ସାହାଣୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପୁଷ୍ପିତା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟର ସଂସ୍ଥାପକ ଶାନ୍ତନୁ ମୁଦାଲି ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟା ଷ୍ଟଡ଼ି ପଏଂଟର ନିର୍ଦେଶକ ସରୋଜ କୁମାର ବେହେରା, ମୀନକେତନ ମହାପାତ୍ର, ବିନୟ ବେହୁରା, ବି.ଜଗଦୀଶ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ଶେଷରେ ଶଶିକାନ୍ତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

Comments are closed.